You are currently viewing ଆଜି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଆଜି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ୱର(ଏଏନଏସ)୦୬.୦୨.୨୦୨୨, ଆଜି ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବନ୍ଦ୍ର ରେଳ ଏବଂ ସୂଚନା ଓ ପ୍ରଯୁକ୍ତି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ବଜେଟ ଘୋଷଣା ପରେ ପ୍ରଥମଥର ଲାଗି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। କେନ୍ଦ୍ରରେ ମୋଦି ସରକାରଙ୍କ ଆତ୍ମନିର୍ଭର ଅର୍ଥ ବ୍ୟବସ୍ଥା ଓ ଗତ ୧ ତାରିଖରେ ଉପସ୍ଥାପିତ ‘ବଜେଟ-୨୦୨୨-୨୩କୁ ନେଇ ସେ ରାଜ୍ୟବାସୀଙ୍କୁ ଉଦ୍‌ବୋଧନ ଦେବେ। ପ୍ରାୟ ମଧ୍ୟାହ୍ନ ସମୟରେ ଭୁବନେଶ୍ୱରରେ ପହଁଞ୍ଚିବେ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ଆଜି ମଧ୍ୟାହ୍ନ ସମୟରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀ ରେ ଯୋଗଦେବା ପରେ ଅପରାହ୍ନ ୪ଟାରେ କଟକସ୍ଥିତ ଶାରଳା ଭବନରେ ଆୟୋଜିତ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏନେଇ ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ସୁଚନା ଦେଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।