You are currently viewing ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର (ଏଏନଏସ)୧୭/୦୫, ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ । ପୁଣି ପାସ୍ ହାରରେ ଆଗରେ ରହିଲେ ଛାତ୍ରୀ । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଚଳିତବର୍ଷ ଅଧିକ । ଏଥର ୯୭.୦୫ ପ୍ରତିଶତ ଛାତ୍ରୀଙ୍କର ରହିଛି ପାସ୍ ହାର । ଏପଟେ ଛାତ୍ରଙ୍କ ପାସ୍ ଅଛି ୯୫.୭୫ ପ୍ରତିଶତ । ତେବେ ମୋଟ୍ ୫ଲକ୍ଷ ୧୬ ହଜାର ୪୨୬ ଜଣ ପିଲା ପାସ୍ କରିଛନ୍ତି । ଫଳାଫଳ ପୁସ୍ତିକା ଉନ୍ମୋଚନ କରି ରେଜଲ୍ଟ ଘୋଷଣା କଲେ ବିଭାଗୀୟ ମନ୍ତ୍ରୀ । ସବୁଠାରୁ ବଡ଼କଥା ହେଲା କଟକ-ଜଗତସିଂହପୁରରେ ମାଟ୍ରିକ୍ ରେଜଲ୍ଟ ପାସ୍ ହାର ସର୍ବାଧିକ ୯୭.୯୯ ପ୍ରତିଶତ ରହିଥିବାବେଳେ ମାଲକାନଗିରିରେ ସର୍ବନିମ୍ନ ୯୨.୬୮ ପ୍ରତିଶତ ପାସ୍ ହାର ରହିଛି । ତେବେ ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ । ୱେବସାଇଟକୁ ଯାଇ କିମ୍ବା ଏସ୍ଏମ୍ଏସ୍ କରି ପରୀକ୍ଷା ଫଳ ଜାଣିହେବ । www.bseodisha.ac.in ୱେବସାଇଟରେ ପରୀକ୍ଷା ଫଳ ଜାଣିହେବ । ସେହିପରି ଏସ୍ଏମ୍ଏସ୍ ପାଇଁ ଓଆର୧୦ ଲେଖି ସ୍ପେସ୍ ଦେଇ ରୋଲ୍ ନମ୍ବର ଦେବାକୁ ପଡ଼ିବ । ଏହା ପରେ ୫୬୭୬୭୫୦କୁ ପଠାଇଲେ ରେଜଲ୍ଟ ମିଳିପାରିବ ।

ଅନ୍ୟମାନଙ୍କୁ ଜଣାନ୍ତୁ।