ଶିଶୁ ଓ ମହିଳାଙ୍କ ବିରୁଦ୍ଧରେ ଅପରାଧ ରୋକିବା ପାଇଁ ୬୨ଟି ପଦବୀକୁ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ମହିଳା ଓ ଶିଶୁମାନଙ୍କ ଉପରେ ହେଉଥିବା ନିର୍ଯାତନା ତଥା ସେହି ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୁଲିସରେ ଏକ ସ୍ବତନ୍ତ୍ର ଶାଖା ଖୋଲିବା ପାଇଁ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ ଆଜି ଏହି ସ୍ବତନ୍ତ୍ର ଶାଖା ପାଇଁ ୬୨ଟି ବିଭିନ୍ନ ପଦବୀ ମଞ୍ଜୁର କରିଛନ୍ତି । ଏଥିରେ ପୁଲିସ ବିଭାଗର ୬୦ଟି ପଦବୀ ସହିତ ସାଇବର୍ ଫରେନସିକ୍ ଏବଂ ଆଇଟି ବିଶେଷଜ୍ଞ ପାଇଁ ୨ଟି ପଦବୀକୁ ମଧ୍ୟ ମଞ୍ଜୁର କରାଯାଇଛି।

Leave A Reply

Your email address will not be published.