You are currently viewing ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ : ପ୍ରଧାନମନ୍ତ୍ରୀ ମୋଦିଙ୍କୁ କରିବେ ସାକ୍ଷାତ

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ : ପ୍ରଧାନମନ୍ତ୍ରୀ ମୋଦିଙ୍କୁ କରିବେ ସାକ୍ଷାତ

ଏଏନଏସ : ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ । ରାଜ୍ୟରେ ବିଜେପି ସରକାର ଗଠନ ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ସହ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଗୃହମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ। ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି।

 

ଅନ୍ୟମାନଙ୍କୁ ଜଣାନ୍ତୁ।