You are currently viewing ସ୍ୱାସ୍ଥ୍ୟ ଅବସ୍ଥା ଯାଞ୍ଚ ପାଇଁ ଆପୋଲୋ ହସ୍ପିଟାଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସ୍ୱାସ୍ଥ୍ୟ ଅବସ୍ଥା ଯାଞ୍ଚ ପାଇଁ ଆପୋଲୋ ହସ୍ପିଟାଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର (29.1.23): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲରେ ନବ ଦାସଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଜାଣିବା ପାଇଁ ପହଞ୍ଚିଛନ୍ତି। ରିପୋର୍ଟ ଅନୁଯାୟୀ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଆଜି ମଧ୍ୟାନ ସମୟରେ ଝାରସୁଗୁଡା ଜିଲ୍ଲାରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରାଯାଇଥିଲା। ନବ ଦାସଙ୍କ ଛାତିରେ ଗୁଳି ବାଜିଥିଲା । ଏହା ପରେ ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ବରକୁ ଏୟାରଲିଫ୍ଟିଂ କରି ଅଣାଯାଇଛି।ବ୍ରଜରାଜନଗରରେ ଗୁଳିମାଡ଼ ହୋଇଥିବାର ଖବର ମିଳିଛି। ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି। ସେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିବାକୁ ବ୍ରଜରାଜନଗର ଆସିଥିଲେ। ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ପୋଲିସ କର୍ମୀ ଗୋପାଳ ଦାସ ଗୁଳିମାଡ଼ କରୁଥିବା କୁହାଯାଉଛି। ଗାନ୍ଧୀ ଛକ ଫାଣ୍ଡି ଏଏସଆଇ ହେଉଛନ୍ତି ଗୋପାଳ ଦାସ । ଗୋପାଳଙ୍କୁ କାବୁ କରି ପୋଲିସ ପଚରାଉଚରା କରୁଛି । କିନ୍ତୁ କାହିଁକି ମନ୍ତ୍ରୀଙ୍କୁ ଗୁଳିମାଡ କଲା ତାହା ଜଣାପଡିନି । ସବୁଠାରୁ ବଡ କଥା ହେଉଛି , ଘଟଣାସ୍ଥଳରେ ୪ରୁ ୫ ରାଉଣ୍ଡ ଗୁଳି ଫୁଟିଛି । ମନ୍ତ୍ରୀଙ୍କ ସହ ଅନ୍ୟ ଜଣଙ୍କ ଦେହରେ ଗୁଳି ବାଜିଥିବା ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।