You are currently viewing ରାଉଲକେଲା ଗସ୍ତରେ ମୁଖ୍ୟମନ୍ତ୍ରୀ

ରାଉଲକେଲା ଗସ୍ତରେ ମୁଖ୍ୟମନ୍ତ୍ରୀ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର- ଆଜି ରାଉଲକେଲା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଉଲକେଲାରେ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମର ଭିତ୍ତି ପକାଇବା ସହ ପ୍ରାୟ ୫ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ । ଡିଜିଟାଲ୍ ମାଧ୍ୟମରେ ସୁନ୍ଦରଗଡ ଜିଲ୍ଲାବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୁନ୍ଦରଗଡ଼ର ବିକାଶ ପାଇଁ ୪୯୧୫ କୋଟି ଟଙ୍କାର ପ୍ରକଳ୍ପ । ୮୩୪ କୋଟି ୨୩ ଲକ୍ଷ ଟଙ୍କାର ପ୍ରକଳ୍ପର ଲୋକାର୍ପଣ କରିବେ ନବୀନ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ 35 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି  ।  

ଅନ୍ୟମାନଙ୍କୁ ଜଣାନ୍ତୁ।