You are currently viewing ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଓଡିଆ ଭାଷାରେ ନଥି ଉପସ୍ଥାପନ କରିବାକୁ ନିର୍ଦ୍ଦେଶ

ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଓଡିଆ ଭାଷାରେ ନଥି ଉପସ୍ଥାପନ କରିବାକୁ ନିର୍ଦ୍ଦେଶ

ଏଏନଏସ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରବେଶ କରି ସରକାରୀ କାର୍ଯ୍ୟ ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ ଶପଥ ନେବା ପରେ ସେ ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିଲେ ।

ଆଜି ସକାଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଲୋକସେବା ଭବନକୁ ପ୍ରବେଶ କରିଥିଲେ ଏବଂ ଓସ୍ବାସ ଜରିଆରେ ଫାଇଲ କାମ କରିଥିଲେ। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ  ଏବଂ ପ୍ରଭାତୀ ପରିଡାଙ୍କ ସହିତ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ଉପସ୍ଥିତ ଥିଲେ । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ । ସମସ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ଏହି ଅବସରରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ପାଖରେ ଉପସ୍ଥାପିତ ସମସ୍ତ ନଥି ଓଡ଼ିଆରେ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଓଡିଶାର ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ ବୋଲି ପ୍ରକାଶ କରିବା ସହିତ ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ଵ ଦିଆଯିବ ବୋଲି ସେ କହିଥିଲେ ।

ସେ ଦେଇଥିବା ବିବୃତ୍ତିର ଗୁରୁତ୍ବପୂର୍ଣ୍ଣ ବିଷୟ ଗୁଡିକ ହେଲା –
ତିନୋଟି ଏକାଡେମୀ ତଥା ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ

ଅନ୍ୟମାନଙ୍କୁ ଜଣାନ୍ତୁ।