You are currently viewing ନବୀନ ନିବାସରୁ ଚାଲି ଚାଲି ଯାଇ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ନବୀନ ନିବାସରୁ ଚାଲି ଚାଲି ଯାଇ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଏଏନଏସ)୨୪/୦୩, ରାଜ୍ୟରେ ପୌର ନିର୍ବାଚନ ପାଇଁ ମତଦାନ ଜାରି ରହିଛି । ବହୁ ନେତା ଓ ବଡ ବଡ ଅଧିକାରୀମାନେ ବୁଥ୍ ଗୁଡିକୁ ଯାଇ ଭୋଟ ଦେଉଛନ୍ତି । ଏହାରି ଭିତରେ ଗଣତନ୍ତ୍ର ମହାନପର୍ବରେ ସାମିଲ ହୋଇ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । BMCର ୫୩ ନଂ ୱାର୍ଡରେ ଭୋଟ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଚାଲି ଚାଲି ଏରୋଡ୍ରମ୍ ୟୁପି ସ୍କୁଲରେ ହୋଇଥିବା ବୁଥରେ ପହଞ୍ଚି ନିଜର ମତଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଭୋଟଦାନ ପାଇଁ ଭୋଟ୍ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।
ତେବେ ଆଜି ସକାଳ ୮ଟାରୁ ପୌର ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି, ଯାହାକି ସନ୍ଧ୍ୟା ୫ଟା ଯାଏଁ ଚାଲିବ । ୩ଟି ମହାନଗର ନିଗମ, ୧୦୬ଟି ପୌର ପରିଷଦ ପାଇଁ ଚାଲିଛି ମତଦାନ । ୪୭ଟି ମ୍ୟୁନିସପାଲିଟି, ୫୯ ଏନଏସି ପାଇଁ ମତଦାନ ଚାଲିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।