cm

ଆସନ୍ତା ୧୬ତାରିଖରୁ ଭୁବନେଶ୍ବରରେ ରୋଡ୍‌ ସୋ’ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଏଏନଏସ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରେ ରାଜଧାନୀ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ ସୋ’ କରିବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ ଆସନ୍ତା ୧୬ତାରିଖରେ ରାଜଧାନୀରେ ଆୟୋଜନ ହେବ। ଏଥିପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି।

ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଙ୍ଗନଗର ଛକରୁ ରୋଡ୍‌ ସୋ’ ଆରମ୍ଭ କରିବେ। ଗୋପବନ୍ଧୁ ଛକ, ଡିଏଭି ଛକ, ଏଚଡିଏଫସି ବ୍ୟାଙ୍କ ଛକ, ନୂଆସାହି, ବେହେରା ସାହି, ନିକ୍କୋ ପାର୍କ ଛକ ଓ ବାୟାବାବା ମଠ ଦେଇ ରୁପାଲି ଛକ ପର୍ଯ୍ୟନ୍ତ ଏହି ସୋ’ ଚାଲିବ। ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ ବେଳେ ବ୍ୟାରିକେଡିଂ କରାଯିବ। ଏହାସହ କର୍ଡନ ଉପରେ ମଧ୍ୟ ଅଧିକ ଗୁରୁତ୍ୱ ଦିଆଯିବ। ରୋଡ ସୋ’ ସମୟରେ ବରିଷ୍ଠ ପୋଲିସ ଅଧିକାରୀମାନେ ଉପସ୍ଥିତ ରହିବେ। ଉଚ୍ଚ ବିଲଣ୍ଡିଂ ଗୁଡ଼ିକରେ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯିବ। ରୋଡ ସୋ’ ପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି ପୋଲିସ। ଏନେଇ ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ।

ଅନ୍ୟମାନଙ୍କୁ ଜଣାନ୍ତୁ।