You are currently viewing ଆକାଶମାର୍ଗରୁ ବାତ୍ୟା ପରର ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଆକାଶମାର୍ଗରୁ ବାତ୍ୟା ପରର ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର -୨୭.୦୫.୨୦୨୧, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ପରର ସ୍ଥିତି ସମୀକ୍ଷା କରିବେ । ଦିନ ସାଢେ ୧୨ଟାରେ ଆକାଶ ମାର୍ଗରୁ ବାତ୍ୟା “ୟାସ” ପ୍ରଭାବିତ ଅଞ୍ଚଳରେ ଏରିଏଲ ଭ୍ୟୁ କରିବେ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରପଡାରେ ବାତ୍ୟା ସ୍ଥିତି ଅନୁଧ୍ୟାନ କରିବେ । ଏନେଇ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠିଲେଖି ସୂଚନା ଦିଆଯାଇଛି । ସ୍ଥିତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କିଛି ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିପାରନ୍ତି ବୋଲି ଜଣାପଡିଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଗତକାଲି ବାତ୍ୟା ସ୍ଥିତି ସମୀକ୍ଷା କରି ପ୍ରଭାବିତ ଜିଲ୍ଲାର ୧୨୮ଟି ଗାଁକୁ ୭ ଦିନ ରିଲିଫ ଦେବାକୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ।

ଅନ୍ୟମାନଙ୍କୁ ଜଣାନ୍ତୁ।