ନୂଆଦିଲ୍ଲୀ, ଅକ୍ଟୋବର ୬ରେ କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି ମାମଲାରେ ଦିଲ୍ଲୀର ସ୍ବତନ୍ତ୍ର ସିବିଆଇ କୋର୍ଟ ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ଆଜି ତାଙ୍କର ଦଣ୍ଡବିଧାନ ଘୋଷଣା କରାଯିବ ବୋଲି ସ୍ବତନ୍ତ୍ର ସିବିଆଇ କୋର୍ଟ କହିଥିବା ବେଳେ ଏବେ ଏହାକୁ ଅକ୍ଟୋବର ୨୬କୁ ଘୁଞ୍ଚାଇ ଦିଆଯାଇଛି । ବ୍ୟକ୍ତିଗତ ଭାବେ ହାଜର ହେବାକୁ ସମସ୍ତ ଦୋଷୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସୂଚନାଯୋଗ୍ୟ, ୧୯୯୯ରେ ଦିଲୀପ କୋଇଲା ରାଷ୍ଟ୍ରମନ୍ତ୍ରୀ ଥିବାବେଳେ କାଷ୍ଟ୍ରନ ଟେକନଲୋଜିକୁ ଝାଡ଼ଖଣ୍ଡର ଗିରିଡିହସ୍ଥିତ ବ୍ରହ୍ମଡିହ କୋଇଲା ବ୍ଲକ ଆବଣ୍ଟନ କରାଯାଇଥିଲା । ଏହି ଆବଣ୍ଟନରେ ବ୍ୟାପକ ଅନିୟମିତତା ଅଭିଯୋଗ ଆସିବା ପରେ ସିବିଆଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ଏହି ମାମଲାରେ ଦିଲୀପଙ୍କ ସମେତ କୋଇଲା ମନ୍ତ୍ରାଳୟର ତତ୍କାଳୀନ ଅତିରିକ୍ତ ସଚିବ ପ୍ରଦୀପ ବାନାର୍ଜୀ, ଓଏମସି ଉପଦେଷ୍ଟା (ପ୍ରକଳ୍ପ) ନିତ୍ୟାନନ୍ଦ ଗୌତମ, କାଷ୍ଟ୍ରନ ଟେକନଲୋଜିର ନିର୍ଦ୍ଦେଶକ ମହେନ୍ଦ୍ର ଅଗ୍ରଓ୍ବାଲଙ୍କୁ ମଧ୍ୟ ଅଦାଲତ ଦୋଷୀ ସାବ୍ୟସ୍ତ କରିଛନ୍ତି।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ