ଭୁବନେଶ୍ୱର (୨୯.୩.୨୩) : ରାଜ୍ୟରେ ଶୀତଳ ଭଣ୍ଡାରର ଅଭାବକୁ ଦୂର କରିବା ପାଇଁ ସରକାର ରାଜ୍ୟରେ ଏକ ହଜାର ନୂଆ ଶୀତଳିକରଣ ଗୃହ ନିର୍ମାଣ କରିବାକୁ ଯୋଜନା କରୁଛନ୍ତି । ବୁଧବାର ବିଧାନସଭା ପ୍ରଶ୍ନକାଳରେ ଉତ୍ତର ରଖି ଏପରି ସୂଚନା ଦେଇଛନ୍ତି କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ତାଙ୍କ କହିବା ମୁତାବକ, ରାଜ୍ୟରେ ଏବେ ୯୭ଟି ଶୀତଳ ଭଣ୍ଡାର ଅଚଳ ହେଇ ପଡିଥିବାବେଳେ, ୩୬ଟି ଶୀତଳ ଭଣ୍ଡାର ସଚଳ ଅବସ୍ଥାରେ ଅଛି । ତେବେ ଅଚଳ ହୋଇ ପଡିଥିବା ଶୀତଳ ଭଣ୍ଡାରକୁ ସଚଳ କରିବାକୁ ସମ୍ଭବ ନୁହେଁ । ଏହାକୁ ଅଚଳରୁ ସଚଳ କରିବା ବ୍ୟୟବହୁଳ ଅଟେ । ତେଣୁ ସେହି ଟଙ୍କାରେ ନୂଆ ଶୀତଳ ଭଣ୍ଡାର ହୋଇପାରିବ ବୋଲି ମନ୍ତ୍ରୀ ଉତ୍ତରରେ କହିଛନ୍ତି । ଅନ୍ୟପଟେ ରାଜ୍ୟରେ ନୂଆ କରି ୧୦୦୦ ଶୀତଳିକରଣ ଗୃହ ନିର୍ମାଣ ହେବ । ଯାହାକି ସୌରଚାଳିତ ଯନ୍ତ୍ରାଂଶ ଦ୍ୱାରା ଚାଲିବ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଓ ସ୍ୱଂୟ ସହାୟକ ଗୋଷଅଠୀଙ୍କ ପରିଚାଳନାରେ ଏହି ଶୀତଳିକରଣ ଗୃହ ଚାଲିବ ବୋଲି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଗୃହରେ ଉତ୍ତର ରଖିଛନ୍ତି । ସେହିପରି ରାଜ୍ୟର କ୍ଷୁଦ୍ର ଓ ନାମ ମାତ୍ର ଚାଷୀଙ୍କୁ ୭୦ ପ୍ରତିଶତ ରିହାତିରେ ସବଜି କୁଲର ଯୋଗାଇ ଦେବେ ରାଜ୍ୟ ସରକାର । ଯେଉଁଥିରେ ଚାଷୀମାନେ ତାଙ୍କ ଅମଳ ହୋଇଥିବା ପନିପରିବା କିଛି ଦିନ ପର୍ଯ୍ୟନ୍ତ ରଖିପାରିବେ । ଏହାକୁ ଆସନ୍ତା ଏପ୍ରିଲ ୧ ତାରିଖରୁ ଆରମ୍ଭ କରାଯିବ ବୋଲି କହିଛନ୍ତି କୃଷି ମନ୍ତ୍ରୀ ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ