You are currently viewing ଆଉ ୬ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଆଉ ୬ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର(ଏଏନଏସ)୧୬/୦୩, ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ବିଦା ହୋଇଥିବା ୬ ଜଣ ଅଧିକାରୀଙ୍କ ମଧ୍ୟରେ ୩ ନିର୍ବାହୀ ଯନ୍ତ୍ରୀ, ଜଣେ ପୁଲିସ ଇନ୍ସପେକ୍ଟର ଅଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ନିର୍ବାହୀ ଯନ୍ତ୍ରୀ ସରୋଜ ଦାସ, ଦୟାନିଧି ସାମଲ, କରୁଣାକର ଘଡ଼ାଇ , ପୋଳିସ ଇନ୍ସପେକ୍ଟର ରତ୍ନାକର ମଲ୍ଲିକ, । ନୂଆପଡ଼ା ACSO ରତ୍ନାକର ସେଠୀ, ଅନୁଗୁଳର ପୂର୍ବତନ କଲ୍ୟାଣ ଅଧିକାରୀ ଚାରୁଲତା ମଲ୍ଲିକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।