You are currently viewing ରାଜ୍ୟରେ କମିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା, ଦିନକରେ ୮୮୬ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ କମିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା, ଦିନକରେ ୮୮୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର-୦୯.୦୮.୨୦୨୧ , ରାଜ୍ୟରେ କମିଲା କରୋନା ସଂକ୍ରମଣ । ଦିନକରେ ରାଜ୍ୟରେ ହଜାରେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଆଜି ରାଜ୍ୟରୁ ୮୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୫୧୨ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୩୭୪ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୯ ଲକ୍ଷ ୮୭ ହଜାର ୭୦ , ସୁସ୍ଥ ସଂଖ୍ୟା- ୯ ଲକ୍ଷ ୮୭ ହଜାର ୯୫୬ , ସମୁଦାୟ ସକ୍ରିୟ ସଂଖ୍ୟା ୧୧,୪୮୬ , ନୂଆ କରି କରୋନାରୁ ସୁସ୍ଥ ହୋଇଛନ୍ତି ୧୪୬୩ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୩ ଆକ୍ରାନ୍ତ ଚିହ୍ନଟ ।

ଅନ୍ୟମାନଙ୍କୁ ଜଣାନ୍ତୁ।