You are currently viewing ଆଜି ରାଜ୍ୟରୁ ୪୪୮ କରୋନା ପଜିଟିଭ ଚିହ୍ନଟ, ୬ ମୃତ

ଆଜି ରାଜ୍ୟରୁ ୪୪୮ କରୋନା ପଜିଟିଭ ଚିହ୍ନଟ, ୬ ମୃତ

ଭୁବନେଶ୍ୱର-୧୧.୧୦.୨୦୨୧ , ଆଜି ରାଜ୍ୟରୁ ୪୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ୫୯ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ । ସଂକ୍ରମିତଙ୍କ ମଧ୍ୟରୁ ୨୫୯ ଜଣ କ୍ୱାରେଣ୍ଟାଇନରେ ହୋଇଥିବା ବେଳେ ୧୮୯ ଜଣ ଲୋକାଲ କେସ୍ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୪୪, ସୁସ୍ଥ ସଂଖ୍ୟା- ୧୦ ଲକ୍ଷ ୧୮ ହଜାର ୭୪୯ , ସମୁଦାୟ ସକ୍ରିୟ ସଂଖ୍ୟା ୫୦୮୭ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୮ ଜଣ ଆକ୍ରାନ୍ତ ଚିହ୍ନଟ ।
ସେହିପରି ଗତ ୨୪ ଘଣ୍ଟାରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।