You are currently viewing ଆଜି ରାଜ୍ୟରୁ ୫୪୯ କରୋନା ପଜିଟିଭ ଚିହ୍ନଟ, ୨ ମୃତ

ଆଜି ରାଜ୍ୟରୁ ୫୪୯ କରୋନା ପଜିଟିଭ ଚିହ୍ନଟ, ୨ ମୃତ

ଭୁବନେଶ୍ୱର(ଏଏନଏସ) ୨୭.୧୦.୨୦୨୧, ଆଜି ରାଜ୍ୟରୁ ୫୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ୭୦ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ । ସଂକ୍ରମିତଙ୍କ ମଧ୍ୟରୁ ୩୧୮ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୨୩୧ ଜଣ ଲୋକାଲ କେସ୍ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୮୧୮, ସୁସ୍ଥ ସଂଖ୍ୟା- ୧୦ ଲକ୍ଷ ୨୬ ହଜାର ୭୭୫, ସମୁଦାୟ ସକ୍ରିୟ ସଂଖ୍ୟା ୪୬୭୩ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୬ ଜଣ ଆକ୍ରାନ୍ତ ଚିହ୍ନଟ ।
ସେହିପରି ଗତ ୨୪ ଘଣ୍ଟାରେ ଆଉ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଅନୁଗୁଳ ଏବଂ କେନ୍ଦୁଝରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୩୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।


ଅନ୍ୟମାନଙ୍କୁ ଜଣାନ୍ତୁ।