You are currently viewing ଆଜି ରାଜ୍ୟରୁ ୨୫୫ କରୋନା ପଜିଟିଭ ଚିହ୍ନଟ, ୨ ମୃତ 

ଆଜି ରାଜ୍ୟରୁ ୨୫୫ କରୋନା ପଜିଟିଭ ଚିହ୍ନଟ, ୨ ମୃତ 

ଭୁବନେଶ୍ୱର(ଏଏନଏସ) ୦୮.୧୨.୨୦୨୧, ଆଜି ରାଜ୍ୟରୁ ୨୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ୧୨ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ । ସଂକ୍ରମିତଙ୍କ ମଧ୍ୟରୁ ୧୫୨ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୧୦୩ ଜଣ ଲୋକାଲ କେସ୍ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୭୬୦, ସୁସ୍ଥ ସଂଖ୍ୟା- ୧୦ ଲକ୍ଷ ୪୦ ହଜାର ୧୩୯, ସମୁଦାୟ ସକ୍ରିୟ ସଂଖ୍ୟା ୨ ହଜାର ୧୪୨  । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୬ ଜଣ ଆକ୍ରାନ୍ତ ଚିହ୍ନଟ ।

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ  ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୨୬କୁ ବୃଦ୍ଧି ପାଇଛି ।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।