You are currently viewing ଆଜି ରାଜ୍ୟରୁ ୨୧୮ କରୋନା ପଜିଟିଭ ଚିହ୍ନଟ, ୨ ମୃତ

ଆଜି ରାଜ୍ୟରୁ ୨୧୮ କରୋନା ପଜିଟିଭ ଚିହ୍ନଟ, ୨ ମୃତ

ଭୁବନେଶ୍ୱର(ଏଏନଏସ) ୧୫.୧୨.୨୦୨୧, ଆଜି ରାଜ୍ୟରୁ ୨୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ୨୮ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ । ସଂକ୍ରମିତଙ୍କ ମଧ୍ୟରୁ ୧୨୭ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୯୧ ଜଣ ଲୋକାଲ କେସ୍ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୦ ଲକ୍ଷ ୫୨ ହଜାର ୧୪୫, ସୁସ୍ଥ ସଂଖ୍ୟା- ୧୦ ଲକ୍ଷ ୪୧ ହଜାର ୭୨୮, ସମୁଦାୟ ସକ୍ରିୟ ସଂଖ୍ୟା ୧ ହଜାର ୯୨୫  । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୭ ଜଣ ଆକ୍ରାନ୍ତ ଚିହ୍ନଟ ।

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି ।  ଭୁବନେଶ୍ଵରରୁ ଓ କେନ୍ଦୁଝରରୁ  ଜଣେ ଲେଖାଏଁ  ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୩୯କୁ ବୃଦ୍ଧି ପାଇଛି ।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ଅନ୍ୟମାନଙ୍କୁ ଜଣାନ୍ତୁ।