You are currently viewing ଆଜି ରାଜ୍ୟରୁ ୨୨୫ କରୋନା ପଜିଟିଭ ଚିହ୍ନଟ, ଜଣେ ମୃତ

ଆଜି ରାଜ୍ୟରୁ ୨୨୫ କରୋନା ପଜିଟିଭ ଚିହ୍ନଟ, ଜଣେ ମୃତ

ଭୁବନେଶ୍ୱର(ଏଏନଏସ) ୩୦.୧୨.୨୦୨୧, ଆଜି ରାଜ୍ୟରୁ ୨୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ୩୭ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ । ସଂକ୍ରମିତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୯୩ ଜଣ ଲୋକାଲ କେସ୍ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୦ ଲକ୍ଷ ୫୪ ହଜାର ୬୦୬, ସୁସ୍ଥ ସଂଖ୍ୟା- ୧୦ ଲକ୍ଷ ୪୪ ହଜାର ୪୪୩, ସମୁଦାୟ ସକ୍ରିୟ ସଂଖ୍ୟା ୧ ହଜାର ୬୫୨  । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭ ଜଣ ଆକ୍ରାନ୍ତ ଚିହ୍ନଟ ।
୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ  ଜଣଙ୍କର ମୃତ୍ୟୁ ଘଟିଛି ।   ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୫୮କୁ ବୃଦ୍ଧି ପାଇଛି ।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।