You are currently viewing ଆଜି ରାଜ୍ୟରୁ ୪୨୪ କରୋନା ପଜିଟିଭ ଚିହ୍ନଟ,  ଜଣେ ମୃତ 

ଆଜି ରାଜ୍ୟରୁ ୪୨୪ କରୋନା ପଜିଟିଭ ଚିହ୍ନଟ, ଜଣେ ମୃତ 

ଭୁବନେଶ୍ୱର(ଏଏନଏସ)୦୨.୦୧.୨୦୨୨, ରାଜ୍ୟରେ ବଢ଼ିଲା କରୋନା ସଂକ୍ରମଣ । ଆଜି ରାଜ୍ୟରୁ ୪୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ୬୭ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ । ସଂକ୍ରମିତଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୧୭୫ ଜଣ ଲୋକାଲ କେସ୍ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୫୫୬, ସୁସ୍ଥ ସଂଖ୍ୟା- ୧୦ ଲକ୍ଷ ୪୪ ହଜାର ୯୬୨, ସମୁଦାୟ ସକ୍ରିୟ ସଂଖ୍ୟା ୨ ହଜାର ୭୮  । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୭ ଜଣ ଆକ୍ରାନ୍ତ ଚିହ୍ନଟ ।
୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ  ଜଣଙ୍କର ମୃତ୍ୟୁ ଘଟିଛି ।  ଖୋର୍ଦ୍ଧା ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୬୩କୁ ବୃଦ୍ଧି ପାଇଛି ।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।