You are currently viewing ଆଜି ରାଜ୍ୟରୁ ୪୨୪ କରୋନା ପଜିଟିଭ ଚିହ୍ନଟ

ଆଜି ରାଜ୍ୟରୁ ୪୨୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ଏଏନଏସ)୦୩.୦୧.୨୦୨୨, ରାଜ୍ୟରେ ବଢ଼ିଲା କରୋନା ସଂକ୍ରମଣ ।  ଆଜି ବି ରାଜ୍ୟରେ ୪ ଶହ ପାର କରିଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ରାଜ୍ୟରୁ ୪୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ୪୭ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ । ସଂକ୍ରମିତଙ୍କ ମଧ୍ୟରୁ ୨୪୬ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୧୭୮ ଜଣ ଲୋକାଲ କେସ୍ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୯୮୦, ସୁସ୍ଥ ସଂଖ୍ୟା- ୧୦ ଲକ୍ଷ ୪୫ ହଜାର ୧୦୯, ସମୁଦାୟ ସକ୍ରିୟ ସଂଖ୍ୟା ୨ ହଜାର ୩୫୫  । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧ ଜଣ ଆକ୍ରାନ୍ତ ଚିହ୍ନଟ ।

ଅନ୍ୟମାନଙ୍କୁ ଜଣାନ୍ତୁ।