You are currently viewing ରାଜ୍ୟରେ କରୋନା ବିସ୍ଫୋରଣ, ଆଜି  ୧୨୧୬ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ କରୋନା ବିସ୍ଫୋରଣ, ଆଜି ୧୨୧୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ଏଏନଏସ)୦୫.୦୧.୨୦୨୨, ରାଜ୍ୟରେ ବଢ଼ିଲା କରୋନା ସଂକ୍ରମଣ ।  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନା ବିସ୍ଫୋରଣ ଘଟିଛି ।  ଆଜି ରାଜ୍ୟରେ ହଜାରେ ପାର କରିଛି କରୋନା ସଂକ୍ରମଣ ।  ଆଜି ରାଜ୍ୟରୁ ୧୨୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ୧୮୭ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ । ସଂକ୍ରମିତଙ୍କ ମଧ୍ୟରୁ ୭୧୦ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୫୦୬ ଜଣ ଲୋକାଲ କେସ୍ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୦ ଲକ୍ଷ ୫୭ ହଜାର ୮୭୬, ସୁସ୍ଥ ସଂଖ୍ୟା- ୧୦ ଲକ୍ଷ ୪୫ ହଜାର ୩୭୬, ସମୁଦାୟ ସକ୍ରିୟ ସଂଖ୍ୟା ୩ ହଜାର ୯୮୧  । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୫୬ ଜଣ ଆକ୍ରାନ୍ତ ଚିହ୍ନଟ ।
୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ  ୨ ଜଣଙ୍କର ମୃତ୍ୟୁ ଘଟିଛି ।  ଖୋର୍ଦ୍ଧା ଜିଲ୍ଲାରୁ ଦୁଇ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୬୬କୁ ବୃଦ୍ଧି ପାଇଛି ।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।