You are currently viewing ଆଜି ରାଜ୍ୟରେ ୧୧ ହଜାର ଟପିଲା ଦୈନିକ ସଂକ୍ରମଣ, ୩ ମୃତ 

ଆଜି ରାଜ୍ୟରେ ୧୧ ହଜାର ଟପିଲା ଦୈନିକ ସଂକ୍ରମଣ, ୩ ମୃତ 

ଭୁବନେଶ୍ୱର(ଏଏନଏସ)୧୬.୦୧.୨୦୨୨,  ରାଜ୍ୟରେ   ବଢ଼ିଚାଲିଛିି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଜ୍ୟରୁ ୧୧,୧୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ୧୦୧୬ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ । ସଂକ୍ରମିତଙ୍କ ମଧ୍ୟରୁ ୬୪୭୯ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୪୬୯୮ ଜଣ ଲୋକାଲ କେସ୍ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୧ ଲକ୍ଷ ୩୩ ହଜାର ୯୧୨, ସୁସ୍ଥ ସଂଖ୍ୟା- ୧୦ ଲକ୍ଷ ୫୫ ହଜାର ୬୧୫, ସମୁଦାୟ ସକ୍ରିୟ ସଂଖ୍ୟା ୬୯ ହଜାର ୭୬୩  । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଆଜି ରାଜ୍ୟରେ ୩ ଜଣଙ୍କ ଜୀବନ ନେଲା କରୋନା । ମୃତକଙ୍କ ମଧ୍ୟରେ ଗଞ୍ଜାମ, ନୟାଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।