You are currently viewing ଆଜି ରାଜ୍ୟରେ ୧୧୦୮୬ କରୋନା ପଜିଟିଭ ଚିହ୍ନଟ, ୪ ମୃତ

ଆଜି ରାଜ୍ୟରେ ୧୧୦୮୬ କରୋନା ପଜିଟିଭ ଚିହ୍ନଟ, ୪ ମୃତ

ଭୁବନେଶ୍ୱର(ଏଏନଏସ)୧୮.୦୧.୨୦୨୨,  ରାଜ୍ୟରେ   ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଜ୍ୟରୁ ୧୧୦୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ୧୦୬୧ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ । ସଂକ୍ରମିତଙ୍କ ମଧ୍ୟରୁ ୬୪୩୧ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୪୬୫୫ ଜଣ ଲୋକାଲ କେସ୍ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୧ ଲକ୍ଷ ୫୫ ହଜାର ୪୮୭, ସୁସ୍ଥ ସଂଖ୍ୟା- ୧୦ ଲକ୍ଷ ୬୬ ହଜାର ୩୨, ସମୁଦାୟ ସକ୍ରିୟ ସଂଖ୍ୟା ୮୦ ହଜାର ୯୧୪  । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଆଜି ରାଜ୍ୟରେ ୪ ଜଣଙ୍କ ଜୀବନ ନେଲା କରୋନା । କଟକ, କେନ୍ଦ୍ରାପଡ଼ା,କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।