You are currently viewing ଆଜି ରାଜ୍ୟରେ ୧୪୮୦ କରୋନା ପଜିଟିଭ ଚିହ୍ନଟ, ୨୧ ମୃତ

ଆଜି ରାଜ୍ୟରେ ୧୪୮୦ କରୋନା ପଜିଟିଭ ଚିହ୍ନଟ, ୨୧ ମୃତ

ଭୁବନେଶ୍ୱର(ଏଏନଏସ)୧୦.୦୨.୨୦୨୨,  ।   ଆଜି ରାଜ୍ୟରୁ ୧୪୮୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ୩୩୪ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ । ସଂକ୍ରମିତଙ୍କ ମଧ୍ୟରୁ ୮୬୨ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୬୧୮ ଜଣ ଲୋକାଲ କେସ୍ ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୧୨ ଲକ୍ଷ ୭୩ ହଜାର ୩, ସୁସ୍ଥ ସଂଖ୍ୟା- ୧୨ ଲକ୍ଷ ୪୮ ହଜାର ୧୫୨, ସମୁଦାୟ ସକ୍ରିୟ ସଂଖ୍ୟା  ୧୫ ହଜାର ୯୮୯  । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଆଜି ରାଜ୍ୟରେ ୨୧ ଜଣଙ୍କ ଜୀବନ ନେଲା କରୋନା । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ ରହିଥିବା ବେଳେ ଭଦ୍ରକ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାରୁ ୨ଜଣ ଲେଖାଏଁ, କନ୍ଧମାଳ, ବାଲେଶ୍ୱର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।