You are currently viewing ରାଜ୍ୟରେ ୬୫ ଜୀବନ ନେଲା କରୋନା

ରାଜ୍ୟରେ ୬୫ ଜୀବନ ନେଲା କରୋନା

ଭୁବନେଶ୍ୱର-୧୪.୦୭.୨୦୨୧, ରାଜ୍ୟରେ କମୁନି କରୋନା ମୃତ୍ୟୁ ସଂଖ୍ୟା । ଆଜି ରାଜ୍ୟରେ କରୋନାରେ ୬୫ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୦ ଜଣ, ସେହିପରି ବରଗଡ଼ରୁ ୧୦ ଜଣ, ସୁନ୍ଦରଗଡ଼ରୁ ୭ ଜଣ, ପୁରୀରୁ ୬ ଜଣ, ନବରଙ୍ଗପୁରରୁ ୪ ଜଣ, ଗଜପତିରୁ ୩ ଜଣ, ବାଲେଶ୍ୱର, ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ହଜାର ୭୯୫କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୨ ହଜାର ୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।