You are currently viewing ଆଜି ରାଜ୍ୟରୁ କରୋନା ନେଲା ୩୯ ଜୀଵନ

ଆଜି ରାଜ୍ୟରୁ କରୋନା ନେଲା ୩୯ ଜୀଵନ

ଭୁବନେଶ୍ୱର-୧୭.୦୬.୨୦୨୧, ରାଜ୍ୟରେ ଆଜି କରୋନାରେ ୩୯ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ, କଟକ, ଝାରସୁଗୁଡା, ପୁରୀ, ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଢେଙ୍କାନାଳ, ନବରଙ୍ଗପୁର ଓ ନୂଆପଡାରୁ ଜଣ ଲେଖାଏଁ ରୋଗୀ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩,୪୭୧କୁ ବୃଦ୍ଧି ପାଇଛି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୩ ହଜାର ୬୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।