You are currently viewing ଆଜି ରାଜ୍ୟରୁ ୪୫ ଜୀବନ ନେଲା କରୋନା

ଆଜି ରାଜ୍ୟରୁ ୪୫ ଜୀବନ ନେଲା କରୋନା

ଭୁବନେଶ୍ୱର-୦୧.୦୭.୨୦୨୧,ରାଜ୍ୟରେ କମୁନି କରୋନା ମୃତ୍ୟୁ ସଂଖ୍ୟା । ରାଜ୍ୟରେ ଆଜି କରୋନାରେ ୪୫ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ, ନୟାଗଡ଼ ଓ ପୁରୀରୁ ୫ ଜଣ ଲେଖାଏଁ, କେନ୍ଦୁଝର ଓ ଗଞ୍ଜାମରୁ ୪ ଜଣ ଲେଖାଏଁ, ବରଗଡ଼ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଅନୁଗୁଳ, ସମ୍ବଲପୁର ଓ କଟକଣୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୩ ହଜାର ୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।