You are currently viewing କ୍ରମାଗତ ବଢୁଛି କରୋନା ମୃତ୍ୟୁ ସଂଖ୍ୟା, ଦିନକରେ ୨୭ ଜଣଙ୍କ ମୃତ୍ୟୁ

କ୍ରମାଗତ ବଢୁଛି କରୋନା ମୃତ୍ୟୁ ସଂଖ୍ୟା, ଦିନକରେ ୨୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର -୨୧.୦୫.୨୦୨୧, ରାଜ୍ୟରେ କ୍ରମାଗତ ଭାବେ ବଢୁଛି କରୋନା ମୃତ୍ୟୁ ସଂଖ୍ୟା । ରାଜ୍ୟରେ ଆଜି କରୋନାରେ ୨୭ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କୋରାପୁଟରୁ ସର୍ବାଧିକ ୪ ଜଣ , ନୂଆପଡ଼ା, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୩ ଜଣ, କଳାହାଣ୍ଡିରୁ ୨ଜଣ, ବରଗଡ଼, ବଲାଙ୍ଗିର, ବୌଦ୍ଧ, ଗଜପତି, ଝାରସୁଗୁଡ଼ା, ନବରଙ୍ଗପୁର, ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୪୩୦କୁ ବୃଦ୍ଧି ପାଇଛି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୧୨ ହଜାର ୫୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୭୦୧୨ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୫,୫୧୧ ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।