You are currently viewing ଉପମୁଁହା କରୋନା

ଉପମୁଁହା କରୋନା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏ ଏନ୍ ଏସ) ୨୪/୦୭ ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୬୫୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।