You are currently viewing ରାଜ୍ୟରେ କରୋନା ନେଲା ଚାରି ଜୀବନ

ରାଜ୍ୟରେ କରୋନା ନେଲା ଚାରି ଜୀବନ

ଭୁବନେଶ୍ୱର, ରାଜ୍ୟରେ କରୋନା ୪ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୨, ଝାରସୁଗୁଡ଼ା ଓ କେନ୍ଦୁଝରରୁ ଜଣେ ଲେଖାଏଁ ମୃତ ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୫୨ରେ ପହଞ୍ଚିଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଏଠାରେ ସୂଚନାଯୋଗ୍ୟ ଯେ, ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୪୪୪୫ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।