You are currently viewing ରାଜ୍ୟରେ ୨୦ ମୁଣ୍ଡ ନେଲା କରୋନା

ରାଜ୍ୟରେ ୨୦ ମୁଣ୍ଡ ନେଲା କରୋନା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର ୦୭/୦୨: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪୯୭ ଜଣ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୫୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ ରହିଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି କଟକ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଜଗତସିଂହପୁର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କେନ୍ଦ୍ରାପଡ଼ା, ଯାଜପୁର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୮୩୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସକ୍ରିୟ ମାମଲା ୨୧୫୨୫ଟି ରହିଥିବା ବେଳେ ୧୨୩୭୯୭୬ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ସୂଚନା ଦେଇଛି

ଅନ୍ୟମାନଙ୍କୁ ଜଣାନ୍ତୁ।