You are currently viewing ରାଜ୍ୟରେ କରୋନା ନେଲା ୪ ମୁଣ୍ଡ

ରାଜ୍ୟରେ କରୋନା ନେଲା ୪ ମୁଣ୍ଡ

  • Post category:ଓଡିଶା
  • Reading time:1 mins read


ଭୁବନେଶ୍ୱର ୦୬/୧୧: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦୮ ଜଣ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୪ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଆକ୍ଟିଭ୍ କେସ୍ ୩୩୧୯ଟି ରହିଥିବା ବେଳେ ୧୦୩୧୪୨୫ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଅନ୍ୟମାନଙ୍କୁ ଜଣାନ୍ତୁ।