You are currently viewing ରାଜ୍ୟରେ କରୋନା ନେଲା ୮ ଜଣଙ୍କ ଜୀବନ

ରାଜ୍ୟରେ କରୋନା ନେଲା ୮ ଜଣଙ୍କ ଜୀବନ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର,୦୮/୦୯: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭୬୨ ଜଣ କରୋନା ରେ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୭୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସକ୍ରିୟ ମାମଲା ୬୮୫୩ଟି ରହିଥିବା ବେଳେ ୯୯୮୫୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସୂଚନା ଦେଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।