You are currently viewing ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ ,ଆଜି ୪୮ ମୃତ

ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ ,ଆଜି ୪୮ ମୃତ

ଭୁବନେଶ୍ୱର-୩୦.୦୬.୨୦୨୧,ରାଜ୍ୟରେ କମୁନି କରୋନା ମୃତ୍ୟୁ ସଂଖ୍ୟା । ରାଜ୍ୟରେ ଆଜି କରୋନାରେ ୪୮ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୭ ଜଣ, କଟକ ଓ ନୟାଗଡ଼ରୁ ୫ ଜଣ ଲେଖାଏଁ, ଗଞ୍ଜାମ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ବୌଦ୍ଧ, ବରଗଡ଼ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ ଓ ଝାରସୁଗୁଡ଼ାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୧୮କୁ ବୃଦ୍ଧି ପାଇଛି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୩ ହଜାର ୩୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।