You are currently viewing ରାଜ୍ୟରେ ୬୮ ଜୀବନ ନେଲା କରୋନା

ରାଜ୍ୟରେ ୬୮ ଜୀବନ ନେଲା କରୋନା

ଭୁବନେଶ୍ୱର-୧୩.୦୭.୨୦୨୧, ରାଜ୍ୟରେ କମୁନି କରୋନା ମୃତ୍ୟୁ ସଂଖ୍ୟା । ଆଜି ରାଜ୍ୟରେ କରୋନାରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ ଜଣ, ଗଞ୍ଜାମରୁ ୭, ମୟୂରଭଞ୍ଜ ଓ ବରଗଡ଼ରୁ ୬ ଜଣ ଲେଖାଏଁ, ସୁନ୍ଦରଗଡ଼ ୫, ପୁରୀ ୪, ଅନୁଗୁଳ ୩, ଯାଜପୁରରୁ ୩ , କେନ୍ଦୁଝର, କେନ୍ଦ୍ରାପଡ଼ା, ନୟାଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, କଟକ ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ ମୃତ, ବାଲେଶ୍ବର, କନ୍ଧମାଳ ଓ ନୂଆପଡ଼ାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୩୦କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୧ ହଜାର ୯୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।