You are currently viewing ଆଜି ରାଜ୍ୟରୁ ୬୪ ଜୀବନ ନେଲା କରୋନା

ଆଜି ରାଜ୍ୟରୁ ୬୪ ଜୀବନ ନେଲା କରୋନା

ଭୁବନେଶ୍ୱର-୦୧.୦୮.୨୦୨୧ , ଆଜି ରାଜ୍ୟରେ କରୋନାରେ ୬୪ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଭଦ୍ରକ, କଟକ, ଖୋର୍ଦ୍ଧାରୁ ୮ ଜଣ ଲେଖାଏଁ, ପୁରୀ, ସୁନ୍ଦରଗଡ଼ରୁ ୭ ଜଣ ଲେଖାଏଁ, କେନ୍ଦ୍ରାପଡ଼ାରୁ ୪ ଜଣ, ଢେଙ୍କାନାଳ, ନୟାଗଡ଼ରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କୋରାପୁଟ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୬୬କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୧ ହଜାର ୪୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।