You are currently viewing ଆଜି ରାଜ୍ୟରେ ୬ ଜୀବନ ନେଲା କରୋନା

ଆଜି ରାଜ୍ୟରେ ୬ ଜୀବନ ନେଲା କରୋନା

ଭୁବନେଶ୍ୱର-୧୨.୦୯.୨୦୨୧, ଆଜି ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮,୦୯୮କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୬୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।