You are currently viewing ଆଜି ପୁଣି ୪୦ ଜଣଙ୍କ ଜୀବନ ନେଲା କରୋନା

ଆଜି ପୁଣି ୪୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର -୦୫.୦୬.୨୦୨୧, ରାଜ୍ୟରେ ଆଜି କରୋନାରେ ୪୦ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬, କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ଅନୁଗୁଳ, ବୌଦ୍ଧ, ଝାରସୁଗୁଡ଼ା, କଳାହାଣ୍ଡିରୁ ୩ଜଣ ଲେଖାଏଁ, ବରଗଡ଼, ବଲାଙ୍ଗିର, ଦେବଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୯୫୨କୁ ବୃଦ୍ଧି ପାଇଛି ।ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଏଠାରେ ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରୁ ୭ ହଜାର ୩୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।