You are currently viewing ରାଜ୍ୟରେ ଶତକ ଛୁଇଁଲା କରୋନା ମୃତ୍ୟୁ ସଂଖ୍ୟା; ପୁଣି ଚିହ୍ନଟ ହେଲେ ୬୪୭ ପଜିଟିଭ୍

ରାଜ୍ୟରେ ଶତକ ଛୁଇଁଲା କରୋନା ମୃତ୍ୟୁ ସଂଖ୍ୟା; ପୁଣି ଚିହ୍ନଟ ହେଲେ ୬୪୭ ପଜିଟିଭ୍

ଆଜି ରାଜ୍ୟରେ ୬୪୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୪୩୧ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୧୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ସୂଚନା ଅନୁଯାୟୀ, ଆଜି ୨୩ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୨୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଏହାରି ମଧ୍ୟରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ଆଜି ରାଜ୍ୟରେ ୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ କରୋନା ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।