You are currently viewing ବାତ୍ୟା ମିଗ୍‌ଜୋନ ପ୍ରଭାବ: ବିଭିନ୍ନ ସ୍ଥାନରେ ବର୍ଷା

ବାତ୍ୟା ମିଗ୍‌ଜୋନ ପ୍ରଭାବ: ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର (ଏଏନଏସ): ବାତ୍ୟା ମିଗ୍‌ଜୋନ ସ୍ଥଳଭାଗ ଛୁଇଁସାରିଛି। ଏହା ପରେ ଦୁର୍ବଳ ହୋଇ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ ବାତ୍ୟା ମିଗ୍‌ଜୋନ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। କଟକ ଓ ଭୁବନେଶ୍ୱରେ ମଧ୍ୟ ସକାଳୁ ସକାଳୁ ବର୍ଷା ହୋଇଛି। ମାଲକାନଗିରି, କୋରାପୁଟ ଏବଂ ରାୟଗଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛ। ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷାର ପ୍ରଭାବ ଆଗାମୀ ୨୪ ଘଣ୍ଟା ଯାଏ ରହିବ ବୋଲି ସୂଚନା ମିଳିଛି।

ଅନ୍ୟମାନଙ୍କୁ ଜଣାନ୍ତୁ।