You are currently viewing ହସ୍ପିଟାଲ ଛାତରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ହସ୍ପିଟାଲ ଛାତରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

  • Post category:ଓଡିଶା
  • Reading time:1 mins read

ଅନୁଗୁଳ(ଏଏନଏସ) ୧୬.୧୨.୨୦୨୧, ହସ୍ପିଟାଲ ଛାତରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା । ଏଭଳି ଅଭାବନୀୟ ଘଟଣା ଘଟିଛି ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ । ମୃତ ଯୁବକ ଜଣକ ଗୋତମରା ଗାଁ ଚିକୁନ ବିଶ୍ୱାଳ ବୟସ ୨୧ ବର୍ଷ ହୋଇଥିବା ଜଣାପଡିଛି ।
ସୂଚନା ଅନୁସାରେ, ଯୁବକ ଜଣକ ସାନିଟାଇଜର ପିଇ ବୁଧବାର ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତାଙ୍କର ସ୍ବାସ୍ଥ୍ୟବସ୍ଥା ଭଲ ହୋଇଯାଇଥିଲା । ହେଲେ ଗୁରୁବାର ଭୋର୍ ସମୟରେ ହସ୍ପିଟାଲର ପାଞ୍ଚ ମହଲା ଛାତରୁ ତଳକୁ ଡେଇଁ ସେ ଆତ୍ମହତ୍ୟା କରିଛନ୍ତି । ଡେଇଁବା ପରେ ସୁରକ୍ଷାକର୍ମୀ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ନେଇଥିଲେ । ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।