You are currently viewing ରାଜ୍ୟରେ ରେକର୍ଡ କଲା ମୃତ୍ୟୁ ସଂଖ୍ୟା

ରାଜ୍ୟରେ ରେକର୍ଡ କଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର-୨୯.୦୪.୨୦୨୧, ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ, ପୁରୀ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ, ଅନୁଗୁଳ, କଟକ, କେନ୍ଦୁଝର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ ବୋଲି ଜଣାପଡିଛି | ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଏଠାରେ ସୂଚନା ଯୋଗ୍ୟ ଯେ, ଆଜି ରାଜ୍ୟରୁ ୬୯୯୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୪୦୫୪ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ୧୯୪୪ ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।