ଆଠଗଡ, ଆସନ୍ତାକାଲିଠୁ ଖୋଲିବ ଆଠଗଡର ପ୍ରସିଦ୍ଧ ଧବଳେଶ୍ୱର ମନ୍ଦିର। କୋଭିଡ ନିୟମ ଅନୁସାରେ ଧବଳେଶ୍ୱର ପୀଠ ଖୋଲାଯିବ। ଏନେଇ ଆଜି ନିଷ୍ପତ୍ତି ନେଇଛନ୍ତି ଆଠଗଡ଼ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି । ପ୍ରଥମେ ପୂଜକଙ୍କ ପରିବାରକୁ ଦର୍ଶନ ପାଇଁ ଅନୁମତି ମିଳିଛି । ୯ ଓ ୧୦ରେ ସ୍ଥାନୀୟ ପଞ୍ଚାୟତବାସୀଙ୍କୁ ଠାକୁର ଦର୍ଶନ ସୁବିଧା ମିଳିବ ଏବଂ ୧୧ ପରଠାରୁ ସାଧାରଣ ଜନତା ଦର୍ଶନ କରିପାରିବେ । ତେବେ ଦର୍ଶନ ସମୟରେ ମନ୍ଦିର ଭିତରେ କରୋନା କଟକଣାକୁ କଡାକଡି ରୂପେ ପାଳନ କରାଯିବ। ଏକା ଥରକେ ୫୦ ଶ୍ରଦ୍ଧାଳୁ ଦର୍ଶନ ପାଇଁ ଯାଇପାରିବେ । ୬ ଫୁଟର ଦୂରତା ବ୍ୟବଧାନରେ ମନ୍ଦିର ପରିସରରେ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି । ଏଥିସହ ସାନିଟାଇଜ ଓ ମାସ୍କ ବାଧ୍ୟତାମୂଳକ କରାଯାଇଥିବା ଉପଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ