You are currently viewing ଆଜିଠୁ ଭୁବନେଶ୍ୱରରୁ ଜୟପୁରକୁ ସିଧାସଳଖ ବିମାନ ସେବା ଆରମ୍ଭ

ଆଜିଠୁ ଭୁବନେଶ୍ୱରରୁ ଜୟପୁରକୁ ସିଧାସଳଖ ବିମାନ ସେବା ଆରମ୍ଭ

ଭୁବନେଶ୍ୱର(ଏଏନଏସ) ୦୨.୧୧.୨୦୨୧, ଆଜିଠୁ ଭୁବନେଶ୍ୱରରୁ ରାଜସ୍ଥାନ ଜୟପୁରକୁ ସିଧାସଳଖ ବିମାନ ସେବାର ଆଜି ଶୁଭାରମ୍ଭ ହୋଇଛି । ଏନେଇ ଭିଡିଓ କନଫରେନ୍ସି ଜରିଆରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଭର୍ଚୁଆଲ ମାଧ୍ୟମରେ ପତାକା ଦେଖାଇ ବିମାନ ସେବା ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ । ଉଦଘାଟନୀ ସମାରୋହରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ଇଣ୍ଡିଗୋର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।
ଭୁବନେଶ୍ୱର ଓ ଜୟପୁର ମଧ୍ୟରେ ସିଧାସଳଖ ବିମାନ ଚଳାଚଳ କରିବାକୁ ସେପ୍ଟେମ୍ବର ୧୭ରେ ସିନ୍ଧିଆଙ୍କୁ ଚିଠି ଲେଖିଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହା ପରେ ନଭେମ୍ବର ୨ରୁ ଭୁବନେଶ୍ୱର-ଜୟପୁର ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହେବ ବୋଲି ଘୋଷଣା କରିଥିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ। ବର୍ତ୍ତମାନ ୩ଟି ଇଣ୍ଡିଗୋ ବିମାନ ପ୍ରତି ସପ୍ତାହରେ ଭୁବନେଶ୍ୱର ଏବଂ ଜୟପୁର ମଧ୍ୟରେ ଚଳାଚଳ କରିବ।

ଅନ୍ୟମାନଙ୍କୁ ଜଣାନ୍ତୁ।