You are currently viewing ଖୋଲିଲା ଇକୋ ରିଟ୍ରିଟ, ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବେ ପର୍ଯ୍ୟଟକ

ଖୋଲିଲା ଇକୋ ରିଟ୍ରିଟ, ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବେ ପର୍ଯ୍ୟଟକ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ବର (ଏଏନଏସ): ଆଜିଠୁ ରାଜ୍ୟରେ ଆରମ୍ଭ ହେଉଛି ଇକୋ ରିଟ୍ରିଟ୍। ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବେ ପର୍ଯ୍ୟଟକ। ସୁଦୀର୍ଘ ସମୁଦ୍ରର ବାଲୁକା ରାଶିରେ ଅତ୍ୟାଧୁନିକ କ୍ୟାମ୍ପ୍ ସହ ଷ୍ଟାର୍ ହୋଟେଲ ଖାଦ୍ୟର ମଜା ନେବେ ପର୍ଯ୍ୟଟକ। 

ତେବେ ଚଳିତ ବର୍ଷ  ୩ ମାସ ଧରି ୭ଟି ଜାଗାରେ ଏହା ଅନୁଷ୍ଠିତ ହେଉଛି। କୋରାପୁଟ, କୋଣାର୍କ, ସାତକୋଶିଆ, ଭିତରକନିକା, ଦାରିଙ୍ଗବାଡ଼ି, ହୀରାକୁଦ ଓ ପାଟୀ ସୋନାପୁର ବେଳାଭୂମିରେ ଇକୋ ରିଟ୍ରିଟ୍ ଅନୁଷ୍ଠିତ ହେଉଛି। ପ୍ରଥମ ପର୍ଯ୍ୟାୟରେ ହୀରାକୁଦ, ଦାରିଙ୍ଗବାଡି, କୋରାପୁଟର ପୁଟସିଲ୍ ଓ ସାତକୋଶିଆ ଆଦି ୪ଟି ସ୍ଥାନରେ ଉଦଘାଟିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଏକାସାଙ୍ଗରେ ଏହି ୪ଟି ସ୍ଥାନର ଇକୋ ରିଟ୍ରିଟକୁ ଉଦଘାଟନ କରିବେ। 

ସେହିପରି ଦ୍ବିତୀୟ ପର୍ଯ୍ୟାୟ ଅର୍ଥାତ୍ ଡିସେମ୍ବର ୧ ତାରିଖରେ ସୋନାପୁର ଓ ଭିତରକନିକା ଏବଂ ତୃତୀୟ ପର୍ଯ୍ୟାୟ ଅର୍ଥାତ୍ ଡିସେମ୍ବର ୧୫ରୁ କୋଣାର୍କ ଇକୋ ରିଟ୍ରିଟ୍ ଆରମ୍ଭ ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

ଅନ୍ୟମାନଙ୍କୁ ଜଣାନ୍ତୁ।