You are currently viewing ପଶ୍ଚିମ ଓଡ଼ିଶାରେ ଉଦଘାଟନ ହେଲା ଏକ୍ସପ୍ରେସ ୱେ

ପଶ୍ଚିମ ଓଡ଼ିଶାରେ ଉଦଘାଟନ ହେଲା ଏକ୍ସପ୍ରେସ ୱେ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର (5.3.23): ପଶ୍ଚିମ ଓଡ଼ିଶାର ବିକାଶ କାହାଣୀରେ ଯୋଡ଼ି ହୋଇଛି ଆଉ ଏକ ଐତିହାସିକ ଅଧ୍ୟାୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡ଼ିଶାର ୩ଟି ଜିଲ୍ଲା ଗସ୍ତ ଅବସରରେ ବିଜୁ ଏକ୍ସପ୍ରେସ ୱେକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡିଶାବାସୀଙ୍କ ସେବାରେ ବିଜୁ ଏକ୍ସପ୍ରେସ ୱେ ଉତ୍ସର୍ଗୀକୃତ କରି ସେ ବହୁତ ଖୁସି । ବିଜୁ ଏକ୍ସପ୍ରେସ ୱେ କେବଳ ଏକ ରାସ୍ତା ନୁହେଁ । ଏ ହେଉଛି ସେହି ଅଞ୍ଚଳ ପାଇଁ ଜୀବନରେଖା । ଏ ରାସ୍ତା ବିକାଶର ନୂଆ ଇତିହାସ ଲେଖିବ ।ଏ ରାସ୍ତା ଚାଷୀ ଭାଇଙ୍କ ପାଇଁ ସୁବିଧା ଆଣିବ । ସାଧାରଣ ଲୋକ ଏ ରାସ୍ତା ଦ୍ୱାରା ସୁବିଧା ପାଇବ । ସ୍ୱାସ୍ଥ୍ୟ ସେବାରେ ମଧ୍ୟ ଆହୁରି ଉନ୍ନତି ଆସିବ ବୋଲି କହିଛନ୍ତି ନବୀନ ।ଛାତ୍ରଛାତ୍ରୀଙ୍କର ସୁବିଧା ହେବ, ନୂଆ ନୂଆ ଶିଳ୍ପ ଗଢ଼ି ଉଠିବ । ବିଜୁ ଏକ୍ସପ୍ରେସ ଓ୍ବେ ଦୁଇ ପାଖରେ ବିଜୁ ଇକୋନୋମିକ କରିଡର କରାଯାଇଛି । ଏହାଦ୍ବାରା ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୦ଟି ଜିଲ୍ଲା ସୁବିଧା ପାଇବେ । ଇକୋନୋମିକ କରିଡରରେ ପୁଞ୍ଚି ବିନିଯୋଗ ପାଇଁ ଅଧିକ ପ୍ରୋତ୍ସାହନ ଦିଆଯାଉଛି । ବିଜୁ ଏକ୍ସପ୍ରେସ ଓ୍ବେ ଆଉ ଏକ ମାଇଲଷ୍ଟୋନ୍ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।