You are currently viewing ବୃଦ୍ଧି ହେବ ମୁଖ୍ୟ ଶାସନ ସଚିବ କାର୍ଯ୍ୟକାଳ 

ବୃଦ୍ଧି ହେବ ମୁଖ୍ୟ ଶାସନ ସଚିବ କାର୍ଯ୍ୟକାଳ 

ଭୁବନେଶ୍ୱର (ଏଏନଏସ): ବୃଦ୍ଧି ହୋଇପାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ କାର୍ୟ୍ୟକାଳ । ଏନେଇ ଖୁବ ଶୀଘ୍ର ରାଜ୍ୟ ସରକାର ଜାରି କରିବେ ବିଜ୍ଞପ୍ତି । ତେବେ ସୂଚନା ଥାଉ କି, ଡିସେମ୍ବର ୩୧ରେ ଅବସର ନେଇଥାନ୍ତେ ପ୍ରଦୀପ କୁମାର ଜେନା ।

ସୂଚନଯୋଗ୍ୟ , ୧୯୮୯ ମାର୍ଚ୍ଚ ୧ ତାରିଖରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଦାୟିତ୍ୱ ଗ୍ରହଣ କରିଥିଲେ। ୧୯୬୪ ମସିହା ଜାନୁଆରୀ ୧ରେ ସେ ଢେଙ୍କାନାଳରେ ଜନ୍ମ ଗ୍ରହଣ କରିଥିବା ବେଳେ ପ୍ରଦୀପ, ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କ୍ୟାରିୟର ଆରମ୍ଭ କରି ପରେ କଳାହାଣ୍ଡିର ଜିଲ୍ଲାପାଳ ହୋଇଥିଲେ । ପରେ ସେଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଓ ଜିଲ୍ଲାପାଳ ଭାବେ ଦାୟିତ୍ବ ତୁଲାଇଥିଲେ। ପରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ତାଙ୍କୁ ବଦଳି କରାଯାଇଥିଲା ।

୧୯୯୯ ମସିହାର ମହାବାତ୍ୟା ସମୟରେ ସେ କଟକ ଜିଲ୍ଲାପାଳ ଭାବେ ଅବସ୍ଥାପିତ ହୋଇଥିଲେ। ମହାବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ୟ୍ୟକୁ ସୁଚାରୁରୂପେ ତୁଲାଇ ଥିବାରୁ ପ୍ରଦୀପ ଜେନା ରାଜ୍ୟ ଓ ଜାତୀୟ ସ୍ତରରେ ଉଚ୍ଚପ୍ରଶଂସିତ ହୋଇଥିଲେ । ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଓ ଲୋକାଭିମୁଖୀ କାର୍ୟ୍ୟ କରିବାରେ ତାଙ୍କର ବହୁ ସୁନାମ ରହିଛି । ସେହିପରି କୋଭିଡ୍‌ ମହାମାରୀ ସମୟରେ ସାରା ରାଜ୍ୟ ସଂଗ୍ରାମ କରୁଥିବାବେଳେ ସ୍ବତନ୍ତ୍ର ରିଲିଫ୍‌ କମିସନର ପଦରେ ରହି ପ୍ରଦୀପ କୁମାର ଜେନା ଗୁରୁଦାୟିତ୍ବ ତୁଲାଇଥିଲେ ।

ଅନ୍ୟମାନଙ୍କୁ ଜଣାନ୍ତୁ।