Actor-Manoj-Mishra

କଂଗ୍ରେସରେ ସାମିଲ ହେଲେ ଅଭିନେତା ମନୋଜ ମିଶ୍ର

ଏଏନଏସ: କଂଗ୍ରେସରେ ଯୋଗ ଦେଇଛନ୍ତି ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ମନୋଜ ମିଶ୍ର। ପିସିସି ସଭାପତି ଶରତ ପଟ୍ଟନାୟକ ଓ କଂଗ୍ରେସ ପ୍ରଭାରୀ ଡ ଅଜୟ କୁମାରଙ୍କ ଉପସ୍ଥିତିରେ ସେ କଂଗ୍ରେସ ଭବନରେ ହାତ ଧରିଛନ୍ତି। ପଶ୍ଚିମ ଓଡ଼ିଶାରେ କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ମନୋଜ ମିଶ୍ର।

କଂଗ୍ରେସରେ ଯୋଗଦେବା ପରେ ମନୋଜ କହିଛନ୍ତି, ମୁଁ  ନେତା ହେବାକୁ ନୁହେଁ ବରଂ ଲୋକଙ୍କ ସେବା କରିବାକୁ ଆସିଛି। ପଶ୍ଚିମ ଓଡ଼ିଶାରେ ଏବେ ଅନେକ ସମସ୍ୟା ରହିଛି। ସରକାର ଏହା ପ୍ରତି ଦୃଷ୍ଟି ଦେଉନାହାନ୍ତି। ତେଣୁ ଲୋକଙ୍କ ସ୍ୱର ଉଠାଇବାକୁ ମୁଁ କଂଗ୍ରେସରେ ସାମିଲ ହୋଇଛି। 

ଅନ୍ୟମାନଙ୍କୁ ଜଣାନ୍ତୁ।