fainance

ଆଜି ୨ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ


ଭୁବନେଶ୍ୱର(ଏଏନଏସ୍): ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ୨ଦିନିଆ ଗସ୍ତରେ ଭୁବନେଶ୍ୱର ଓ ପୁରୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ସୂଚନା ଅନୁଯାୟୀ ଆଜି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟର ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହାପରେ ପୁରୀ ଗସ୍ତ କରିବେ । ଆସନ୍ତାକାଲି ସକାଳୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

ଏହା ପରେ ପେଣ୍ଠକଟା ନିକଟସ୍ଥ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଶ୍ରୀ ଶଦାଶିବ କ୍ୟାମ୍ପସରେ ‘ମେରୀ ମାଟି ମେରା ଦେଶ’ କାର୍ୟ୍ୟକ୍ରମରେ ସାମିଲ ହେବା ସହ ବୃକ୍ଷରୋପଣ କରିବେ । ପୂର୍ବହ୍ନ ପ୍ରାୟ ସାଢେ ୧୦ଟାରେ ପୁରୀ ଜିଲ୍ଲା ବୀରହରେକୃଷ୍ଣପୁର ସ୍ଥିତ ମହାନ ସ୍ୱାଧୀନତା ସଂଗ୍ରାମୀ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ । ଏହା ପରେ ଭୁବନେଶ୍ୱର ଫେରିଆସିବେ ନିର୍ମଳା ସୀତାରମଣ୍ । ଭୁବନେଶ୍ୱରରେ କୁଇ ଓ ଦେଶୀୟ ଭାଷା ଉପରେ ଏକ ପୁସ୍ତକ ଉନ୍ମୋଚନ କରିବେ । ଅପରାହ୍ଣ ୫ଟାରେ ବିଂଶତମ ଜାତୀୟ ଚାର୍ଟାର୍ଡ ଆକାଉଂଟାଂଟ ସମ୍ମିଳନୀକୁ ଉଦଘାଟନ କରିବାର କାର୍ୟ୍ୟକ୍ରମ ରହିଛି । ଏହା ପରେ ରାତିରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।